ଆଜି ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଭାରତର ଏହି ମିଶନ ଚନ୍ଦ୍ରଯାନ ଉପରେ ଏବେ ସାରା ବିଶ୍ୱର ନଜର ରହିଛି । ଇସ୍ରୋ ସୂଚନା ଦେଇଛି ଯେ ମିସନ ଠିକ୍ ରାସ୍ତାରେ ଗତି କରୁଛି ଏବଂ ଆଜି ସନ୍ଧ୍ୟା ୬ଟା ୪ରେ ହିଁ ଏହା ଅବତରଣ କରିବ । ଗତ ରବିବାର ଏହି ମିସନର ଦ୍ୱିତୀୟ ତଥା ଅନ୍ତିମ ଡିବୁଷ୍ଟିଂ ଅପରେସନ୍ ବା ଗତିବେଗ ହ୍ରାସ ସଫଳତାର ସହ ସମ୍ପାଦନ କରାଯାଇଥିଲା । ଏହାର ଗତିବେଗ ନିୟନ୍ତ୍ରଣ ପ୍ରକ୍ରିୟା ଯଥାରୀତି ଜାରି ରହିଛି । ଚନ୍ଦ୍ରଯାନ-୩ର ଆଭ୍ୟନ୍ତରୀଣ ଯାଞ୍ଚ ପ୍ରକ୍ରିୟା ମଧ୍ୟ ଜାରି ରହିଛି ଏବଂ ସଫ୍ଟ ଲ୍ୟାଣ୍ଡିଂ ପାଇଁ ଏହା ସବୁ ଦିଗରୁ ସମର୍ଥ ରହିଥିବା ଇସ୍ରୋ ପକ୍ଷରୁ କୁହାଯାଇଛି । ସେପଟେ ଶେଷ ୧୫ ମିନିଟ ବହୁ ଗୁରୁତ୍ୱପୂର୍ଣ୍ଣ । କାରଣ ଚନ୍ଦ୍ରରେ ପର୍ଯ୍ୟାପ୍ତ ବାୟୁ ନାହିଁ । ଅତ୍ୟଧିକ ଧୂଳି ରହିଛି । ତେଣୁ ଚନ୍ଦ୍ରରେ ହେଉ ଅବା ମଙ୍ଗଳଗ୍ରହରେ କୌଣସି ମହାକାଶଯାନ ଓହ୍ଲାଇଥାଏ ସେଠାରେ ବେଗ ଧୀମା କରିବାକୁ ପଡିଥାଏ । ଏହାଦ୍ୱାରା ଯେଉଁ ସ୍ଥାନରେ ଓହ୍ଲାଇବାକୁ ନିଷ୍ପତ୍ତି ହୋଇଥିବ ସେଠାରେ ଓହ୍ଲାଇ ହେବ । ତେଣୁ ସଫ୍ଟ ଲ୍ୟାଣ୍ଡିଂ ଉପରେ ଗୁରୁତ୍ୱ ଦିଆଯାଇଛି ।
“The eyes believe themselves, the ears believe other people.”
More Stories
ବିଶ୍ବ ସ୍ତରରେ ଭାରତକୁ ପ୍ରତିନିଧିତ୍ବ କଲେ ମ୍ୟାଡାମ୍ ପ୍ରେସିଡେଣ୍ଟ
କେବେ ହେବ ଅସ୍ତ୍ର ବିରତି ଚୁକ୍ତି, ଟ୍ରମ୍ପଙ୍କ ଭବିଷ୍ୟବାଣୀ
ଡାଇବେଟିସ୍ ପାଇଁ ଅବ୍ୟର୍ଥ ଔଷଧ ହେଉଛି ପଣଷ