ଖୋଲିଲା ହୀରାକୁଦ୍ ଗେଟ୍ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ୍ । ପୂଜାର୍ଚ୍ଚନା ପରେ ୫ଟି ଗେଟ୍ ଖୋଲାଯାଇଛି । ବାମ ପଟର ୩ଟି ଓ ଦକ୍ଷିଣ ପଟର ୨ଟି ଗେଟ୍ ଖୋଲାଯାଇଛି । ଏଥିପାଇଁ ତଳିଆ ଅଞ୍ଚଳକୁ ସତର୍କ କରିଛନ୍ତି ହୀରାକୁଦ କର୍ତ୍ତୃପକ୍ଷ । ଡାକବାଜି ଯନ୍ତ୍ରରେ ଲୋକଙ୍କୁ ସତର୍କ କରାଯାଉଛି । ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧିକୁ ନଜରରେ ରଖି ଗେଟ୍ ଖୋଲିବା ନିଷ୍ପତ୍ତି ନିଆଯାଇଛି । ହୀରାକୁଦର ଜଳଧାରଣା କ୍ଷମତା ୬୩୦ ଫୁଟ ଥିବା ବେଳେ, ୬୧୪.୮୧ ଫୁଟରେ ପହଂଚିଛି ଜଳସ୍ତର । ଜଳଭଣ୍ଡାରକୁ ପ୍ରବେଶ କରୁଛି ୮୮ ହଜାର ୯୩୨ ଘନଫୁଟ ବନ୍ୟାଜଳ । ନିଷ୍କାସିତ ହେଉଛି ୪୦ ହଜାର ୭୮୬ ଘନଫୁଟ ବନ୍ୟାଜଳ । ବନ୍ୟାଜଳ ନିୟନ୍ତ୍ରଣରେ ସହଯୋଗ କରୁନି ଛତିଶଗଡ । ଜୁନ ୨୩ରେ ହୋଇଥିବା ବୈଠକରେ ଛତିଶଗଡ଼ ଆସିନଥିଲା ବୋଲି କହିଛନ୍ତି ହୀରାକୁଦ ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି