ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲା । ଝାରସୁଗୁଡ଼ା JMFC କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ DSP ରମେଶ ଦୋରା ଚାର୍ଜସିଟ୍ ଦାଖଲ କରିଛନ୍ତି । ୧୨୦ ଦିନ ପୂର୍ବରୁ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଚାର୍ଜସିଟ ପ୍ରସ୍ତୁତ ହୋଇଛି । ମାମଲାରେ ପୋଲିସ ଏଏସଆଇ ଗୋପାଳ ଦାସକୁ ଦୋଷୀ ସାବ୍ୟସ୍ତ କରିବାକୁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଆଧାର କରି ଏହି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ କରିଛି । ଗତ ଜାନୁୟାରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଇଥିବା ବେଳେ ଗୁଳିମାଡ଼ରେ ଟଳି ପଡ଼ି ଥିଲେ ନବକିଶୋର ଦାସ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ