ଏମଏସପି ଗ୍ୟାରେଣ୍ଟି, ବେକାରୀ ସମସ୍ୟା ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ହଲ୍ଲାବୋଲ । ଆଜି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ ଫସଲର ଏମଏସପି ବୃଦ୍ଧିକୁ ଆଇନଗତ ସ୍ୱୀକୃତି ଦେବାକୁ ଦାବି କରି କୃଷକ ସଂଗଠନ ଏହି ବନ୍ଦ ଡାକରା ଦେଇଛନ୍ତି । କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ମଧ୍ୟ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି । ଅପରାହ୍ନ ୪ଟା ଯାଏ ବନ୍ଦ ଡାକରା ଦିଆଯାଇଥିବା ବେଳେ ଜରୁରୀକାଳୀନ ସେବାକୁ ଏଥିରୁ ବାଦ ଦିଆଯାଇଛି । ଦିଲ୍ଲୀ ହରିୟାଣାର ଶମ୍ଭୁ ସୀମାରେ କେନ୍ଦ୍ର ସରକାର ଯେଉଁଭଳି ଭାବେ କୃଷକ ମାନଙ୍କ ଆନ୍ଦୋଳନକୁ ଦମନ କରିବାକୁ କଳ, ବଳ, କୌଶଳ ଲଗାଇଦେଇଛନ୍ତି ତାହାକୁ ବିଭିନ୍ନ କୃଷକ ସଂଗଠନ ସମେତ ଟ୍ରେଡ ୟୁନିୟନ ଗୁଡିକ ମଧ୍ୟ ନିନ୍ଦା କରିଛନ୍ତି । ଏହି ଆନ୍ଦୋଳନକୁ ଭଣ୍ଡୁର କରିବା ଷଡଯନ୍ତ୍ର ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଅପରାହ୍ନ ୧୨ଟାରୁ ୪ଟା ପର୍ଯ୍ୟନ୍ତ ଦେଶର ବିଭିନ୍ନ ପ୍ରମୁଖ ସ୍ଥାନରେ ଚାଷୀ ମାନେ ଚକାଜାମ କରିବାକୁ ଚେତାବନୀ ଦେଇଛନ୍ତି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ