ଚିଲିକାରେ ଚାଲିଛି ପକ୍ଷୀ ଗଣନା । ସକାଳ ୬ ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ଚିଲିକା ରେଞ୍ଜରେ ୨୧ ଗୋଟି ଟିମ ପକ୍ଷୀଗଣନାରେ ନିୟୋଜିତ ହୋଇଛନ୍ତି । ପ୍ରତି ଟିମରେ ୬ ରୁ ୭ ଜଣ ଗଣନାକାରୀ ଯୋଗଦେଇଛନ୍ତି । ପ୍ରତିବର୍ଷ ଭଳି ଚଳିତବର୍ଷ ଗଣନା କାର୍ଯ୍ୟରେ ଜିପିଏସ, ବାଇନାକୁଲାର, ୱାକି ଟକି, କ୍ୟାମେରା ବ୍ୟବହାର କରାଯିବ । ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟିର ଛାତ୍ରଛାତ୍ରୀ, ଓ୍ବାଇଲଡ ଓଡ଼ିଶା ଏବଂ ଓ୍ବାଇଲଡିଜ ନାମକ ସାମାଜିକ ସଂଗଠନର କାର୍ଯ୍ୟକର୍ତ୍ତା, ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ୩ଟି ପକ୍ଷୀ ସୁରକ୍ଷା ସମିତିର ସଦସ୍ୟ ସାମିଲ ହୋଇଛନ୍ତି l ଗତବର୍ଷ ସମୁଦାୟ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ ହଜାର ୯୨୯ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୫ ପ୍ରଜାତିର ୧୦ ଲକ୍ଷ ୯୩ ହଜାର ୪୯ ଗୋଟି ବିଦେଶୀ ପକ୍ଷୀ ଏବଂ ୭୯ ପ୍ରଜାତିର ୩୮ ହଜାର ୮ ଶହ ୮୦ ଗୋଟି ସ୍ଥାନୀୟ ପକ୍ଷୀ ଓ ନଳବଣରେ ସର୍ବାଧିକ 3 ଲକ୍ଷ 42 ହଜାର ପକ୍ଷୀ ଥିଲେ ।
“The eyes believe themselves, the ears believe other people.”
More Stories
ମାଛଧରା ବୋଟରେ ହେଉଥିଲା କୋଟିଏ ଟଙ୍କାର ଗୁଆ ଚୋରା ଚାଲାଣ
ଶିଶୁଭବନର ନୂଆ କୋଠା ଲୋକାର୍ପିତ, ବେଡ୍ ସଂଖ୍ୟା 846କୁ ବୃଦ୍ଧି
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ