ଚୋରି ଧରିବା ପାଇଁ କମିସନରେଟ୍ ପୁଲିସର ଅଭିନବ ପ୍ରୟାସ । ରାଜଧାନୀରେ କାନ୍ଥବାଡ଼ରେ ଲଗାଗଲା ମୋଷ୍ଟ ଓ୍ବାଣ୍ଟେଡ ଲୁଟେରାଙ୍କ ପୋଷ୍ଟର । ଚୋର ଧରାଇବାରେ ସାହାଯ୍ୟ କରିବାକୁ ସାଧାରଣ ଲୋକଙ୍କୁ ଅନୁରୋଧ କରିଛି କମିଶନରେଟ ପୁଲିସ । ଚୋର ଧରାଇ ଦେଲେ କମିଶନରେଟ ପୁଲିସ ପକ୍ଷରୁ ଦିଆଯିବ ୧୦ ହଜାର ଟଙ୍କାର ପୁରସ୍କାର । ଗୋପନ ରହିବ ସୂଚନାକାରୀଙ୍କ ତଥ୍ୟ । ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । ରାଜଧାନୀରେ ବିଭିନ୍ନ ଲୁଟରେ ସମ୍ପୃକ୍ତ ଅଭିଯୁକ୍ତ ଏବଂ ଦୀର୍ଘଦିନ ଧରି ଫେରାର ଥିବା ଲୁଟେରାଙ୍କୁ କାବୁ କରିବା ପାଇଁ ସାଧାରଣ ଲୋକଙ୍କ ସାହାଯ୍ୟ ଲୋଡିଛି କମିଶନରେଟ ପୁଲିସ । ରାଜଧାନୀର ବିଭିନ୍ନ ସ୍ଥାନରେ ମରାଯାଇଛି ୱାଣ୍ଟେଡ୍ ଲୁଟେରାଙ୍କ ପୋଷ୍ଟର । ପାଖାପାଖି ୧୦୦ ଜାଗାରେ ଏଭଳି ପୋଷ୍ଟର ମାରିଛି ପୁଲିସ । ସବୁ ଥାନା ଅଧିକାରୀଙ୍କୁ ନିଜ ନିଜ ଅଞ୍ଚଳରେ ବଡ଼ ବଡ଼ ଲୁଟରେ ଫେରାର ଥିବା ଅଭିଯୁକ୍ତଙ୍କ ତାଲିକା ପ୍ରସ୍ତୁତ କରି ତାଙ୍କ ଫଟୋ ସହ ପୋଷ୍ଟର ମାରିବାକୁ ଦିଆଯାଇଛି ନିର୍ଦ୍ଦେଶ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା