ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ମ୍ୟାଜିକ କାର୍ଡ । ଆସନ୍ତା ଅଗଷ୍ଟ ୧୫ ତାରିଖରେ ମିଳିବ ଏହି ମ୍ୟାଜିକ କାର୍ଡ । କୌଣସି ସ୍ଥାନକୁ ଯାତ୍ରା କରୁଥିଲେ ଏହି କାର୍ଡରେ ଛାତ୍ରଛାତ୍ରୀଙ୍କୁ ରିହାତି ସୁବିଧା ମିଳିବ । ଏହି କାର୍ଡରେ ବିଭିନ୍ନ ୱାଇଫାଇ ପଏଣ୍ଟରେ ଇଣ୍ଟରନେଟ ସୁବିଧା ପାଇପାରିବେ । ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେଉଥିଲେ ଏହାର ଡାଟାବେସ୍ ଏହି କାର୍ଡରେ ମିଳିବ । ସେହିଭଳି ପରୀକ୍ଷା ଫଳ, ଉପସ୍ଥାନର ପୂରା ତଥ୍ୟ ମଧ୍ୟ ଏହି କାର୍ଡରେ ରହିବ । ଏହି କାର୍ଡକୁ ବିଭିନ୍ନ କମ୍ପାନିକୁ ଦିଆଯିବ । ଯିଏ ଯେଉଁ କ୍ଷେତ୍ରରେ ପାରଦର୍ଶୀ ଥିବେ ସେହି କ୍ଷେତ୍ରର କମ୍ପାନି ଗୁଡିକ ଡାଟାବେସ୍ ଅନୁଯାୟୀ ନିଯୁକ୍ତି ଦେବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା