ଚଳିତ ଶିକ୍ଷାବର୍ଷରେ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ପୋଷାକ ଗାଇଡଲାଇନ ଜାରି । ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଏଥିରେ ସାମିଲ କରାଯିବ । ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ଜଣପିଛା ୫୦୦ଶହ ଟଙ୍କା ମୂଲ୍ୟରେ ୨ ହଳ ବିଦ୍ୟାଳୟ ପୋଷାକ ଏବଂ ୨୦୦ଶହ ଟଙ୍କା ମୂଲ୍ୟରେ ୧ ହଳ ଜୋତା ଓ ୨ ହଳ ମୋଜା ପ୍ରଦାନ କରାଯିବ । ସେହିପରି ୧୨୫ଟଙ୍କା ମୂଲ୍ୟରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କା ମୂଲ୍ୟରେ ଗୋଟିଏ ଟ୍ରାକ ପ୍ୟାଣ୍ଟ ଏବଂ ୩୦ ଟଙ୍କା ମୂଲ୍ୟରେ ଗୋଟିଏ ଟୋପି ଓ ୨୦ ଟଙ୍କା ମୂଲ୍ୟରେ ଗୋଟିଏ ପରିଚୟ ପତ୍ର ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯିବ । ସମୁଦାୟ ୧୦୦୦ ଟଙ୍କା ମଧ୍ୟରୁ ଟ ୬୦୦ଟଙ୍କା “ସମଗ୍ର ଶିକ୍ଷା” ଯୋଜନାରୁ ଭରଣା କରାଯିବ ବୋଲି ନିର୍ଦ୍ଦେଶନାମା ପ୍ରକାଶ ପାଇଛି । ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ପାଇଁ ନୀଳ ପ୍ୟାଣ୍ଟ ଓ ଧଳା ସାର୍ଟ ଲାଗୁ କରାଯାଇଛି । ପ୍ରଥମରୁ ପଞ୍ଚମ ଛାତ୍ରୀମାନଙ୍କୁ ନୀଳ ଫ୍ରକ ଓ ଷଷ୍ଠ ରୁ ଅଷ୍ଟମ ଶ୍ରେଣୀରେ ପଢୁଥିବା ଛାତ୍ରୀମାନଙ୍କୁ ନୀଳ କମିଜ ଓ ଧଳା ସାଲୱାର ଦିଆଯିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି