୨୦ ତାରିଖରେ ନିଜ ଜିଲ୍ଲାକୁ ଆସୁଛନ୍ତି ମହାମହିମ । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ରାସ୍ତାଘାଟ ଓ ରେଲୱେ ଷ୍ଟେସନକୁ ଚକାଚକ କରିବାକୁ ଯୁଦ୍ଧକାଳୀନ ଭିତିରେ ପ୍ରସ୍ତୁତି ଚାଲିଛି ଯାହା ଏବେ ଶେଷ ପର୍ଯ୍ୟାୟରେ । ସମୟ ଯେତିକି ପାଖେଇ ଆସୁଛି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ ସେତିକି ବଢିବାରେ ଲାଗିଛି । ପୂର୍ତ ବିଭାଗ ପକ୍ଷରୁ ଜୋରସରରେ ଚାଲିଛି ହେଲିପ୍ୟାଡ୍ ନିର୍ମାଣର କାର୍ଯ୍ୟ । ମହୁଲଡିହା ଡାକବଙ୍ଗଳାରେ ବିଭିନ୍ନ ସଂଗଠନ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଥିବାରୁ ଡାକବଙ୍ଗଳା ମଧ୍ୟ ଚକାଚକ୍ ହୋଇଛି । ରାଇରଙ୍ଗପୁର ସ୍ଥିତ ନିଜ ବାସଭବନରେ ପରିବାର ଲୋକଙ୍କ ସହ ରାତ୍ରୀଯାପନ କରିବେ । ସେଥିପାଇଁ ବିଦ୍ୟୁତ୍ ବିଭାଗର ଅଧିକାରୀ ମାନେ ନିଜେ ଉପସ୍ଥିତ ରହି ସମସ୍ତ ବିଦ୍ୟୁତ୍ କାର୍ଯ୍ୟର ତଦାରଖ କରୁଛନ୍ତି । ଶେଷ ଥର ପାଇଁ ରାଷ୍ଟ୍ରପତି ମୟୂରଭଞ୍ଜ ଗସ୍ତରେ ଆସିଥିବା ବେଳେ ବାରିପଦାସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱ ବିଦ୍ୟାଳୟର ସମାବର୍ତନ ଉତ୍ସବରେ ଯୋଗ ଦେଇଥିଲେ । ଅଭିଭାଷଣ ରଖିବା ସମୟରେ ବିଦ୍ୟୁତ୍ ବିଭ୍ରାଟ୍ ଦେଖାଇଦେଇଥିଲା । ଏବେ ପୁନଃ ବିଦ୍ୟୁତ୍ ବିଭ୍ରାଟ ଯେପରି ନହେବ ସେଥିପ୍ରତି ବିଦ୍ୟୁତ୍ ବିଭାଗ ସଜାଗ । ପାହାଡପୁରସ୍ଥିତ ଏସଏଲଏସ୍ ସ୍ମାରକୀ ଆବାସିକ ବିଦ୍ୟାଳୟରେ ଥିବା ଦ୍ରୌପଦୀ ମୁର୍ମୁଙ୍କ ସ୍ୱାମୀ ଏବଂ ଦୁଇ ପୁଅ ଲକ୍ଷ୍ମଣ ଓ ସିପୁନଙ୍କ ପ୍ରତିମୃତି ଗୁଡିକୁ ନୂଆ ରୁପ ଦିଆଯାଇଛି । ଏସଏଲଏସ୍ ସ୍କୁଲକୁ ମଧ୍ୟ ସଜା ଯାଉଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ଟ୍ରେନର ଶୁଭାରମ୍ଭ କରିବା ସହ ନିଜେ ବାଦାମପାହାଡ ଷ୍ଟେସନରୁ ଟ୍ରେନରେ ବସି ରାଇରଙ୍ଗପୁର ଷ୍ଟେସନରକୁ ଯାତ୍ରା କରିବେ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି