January 11, 2026

ଜନ୍ମମାଟିକୁ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମ୍ୟାଡାମ ପ୍ରେସିଡେଣ୍ଟ । ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟିକୁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର, ପାହାଡପୁର ଓ ବାରିପଦା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ୪ ତାରିଖରେ ସେ ଆସିବାକୁ ଥିବା ବେଳେ ୬ତାରିଖରେ ଦିଲ୍ଲୀ ଫେରିଯିବେ । ଏହି ଗସ୍ତ ସମୟରେ ନିଜ ଗାଁ ପାହାଡପୁରରେ ରାଷ୍ଟ୍ରପତିଙ୍କ ସ୍ୱାମୀ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଗୋସାଣି ପରିଦର୍ଶନ, ନାବାର୍ଡ ପକ୍ଷରୁ ଏସଏଲଏସ ଟ୍ରଷ୍ଟ ସ୍କୁଲ ପାଇଁ ନିର୍ମିତ ହେବାକୁ ଥିବା କମ୍ୟୁନିଟି ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ ପରି ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ୫ ତାରିଖ ଶୁକ୍ରବାର ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ସ୍ଥାନ ଦାଣ୍ଡବୋଷରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ମଧ୍ୟାହ୍ନ ୧୨ଟାରେ ଶିମିଳିପାଳ ଅଭୟାରଣ୍ୟ ବୁଲିଯିବେ ରାଷ୍ଟ୍ରପତି । ତେଣୁ ପର୍ଯ୍ୟଟକ ଓ ସାଧାରଣ ଲୋକଙ୍କ ପାଇଁ ୪ ଓ ୫ ତାରିଖ ଦୁଇ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । 

SHARE BY