ଦିବଗଂତ ମନ୍ତ୍ରୀ ନବ କିଶୋର ଦାସଙ୍କର ଆଜି ହେବ ଶେଷକୃତ୍ୟ । ଭୁବନେଶ୍ବର ସରକାରୀ ବାସଭବନରେ ଶେଷ ଦର୍ଶନ ସହିତ ବିଜେଡି କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବେ ନେତା । ପରେ ଝାରସୁଗୁଡ଼ା ଅଭିମୁଖେ ଯିବ ମରଶରୀର । ହେଲିକପ୍ଟରରେ ପାର୍ଥୀବ ଶରୀରକୁ ଝାରସୁଗୁଡ଼ା ନିଆଯାଇ ଅନ୍ତିମ ସଂସ୍କାର କରାଯିବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ହେବ ଶେଷକୃତ୍ୟ । ମନ୍ତ୍ରୀଙ୍କ ବିୟୋଗରେ ରାଜ୍ୟବ୍ୟାପୀ ୩ ଦିନିଆ ଶୋକ ପାଳନ କରାଯିବ । ଆସନ୍ତାକାଲି ପର୍ଯ୍ୟନ୍ତ ଶୋକ ପାଳନ କରାଯିବ । ରାଜଧାନୀ ଭୁବନେଶ୍ବର ଓ ଝାରସୁଗୁଡ଼ାରେ ଅର୍ଦ୍ଧନମିତ ହେବ ଜାତୀୟ ପତାକା । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ୩ ମନ୍ତ୍ରୀ ଉପସ୍ଥିତ ରହିବେ । ସଂସଦୀୟ ବ୍ୟାପର, ଅର୍ଥ, କୃଷି, ବାଣିଜ୍ୟ ଓ ପରିବହନ, ଜଳ ସଂପଦ ମନ୍ତ୍ରୀ ଅନ୍ତିମ ସଂସ୍କାର ସମୟରେ ଉପସ୍ଥିତ ରହିବେ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା