ଜାଗା ମିଶନ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । ରାଜ୍ୟର ୫ଟି ମହାନଗର ନିଗମର ୬୫ ହଜାର ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ମିଳିଛି । ଭୁବନେଶ୍ୱର, ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲା ଆଦି ୫ ମହାନଗରନିଗମର ୮୭୫ ବସ୍ତିର ଲୋକଙ୍କୁ ଲ୍ୟାଣ୍ଡ ରାଇଟ୍ ସାର୍ଟିଫିକେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭୂମିହୀନଙ୍କୁ ପଟ୍ଟା ଦିଆଯାଇଛି । ସହରାଞ୍ଚଳର ବସ୍ତିରେ ରହୁଥିବା ଲୋକଙ୍କ ଜମି ଅଧିକାର ସ୍ୱପ୍ନକୁ ସାକାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜାଗା ମିଶନ ଜରିଆରେ ଲ୍ୟାଣ୍ଡ ରାଇଟ ସାର୍ଟିଫିକେଟ ପାଇବା ପରେ ଗରିବ ଲୋକ ମଧ୍ୟ ସ୍ୱାଭିମାନରେ ବଞ୍ଚି ପାରିବେ । ୨୦୧୮ ମସିହାରେ ଆରମ୍ଭ ହୋଇଥିବା ଜାଗା ମିଶନ ଯୋଜନାରେ ବର୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ଲକ୍ଷ ୭୦ ହଜାର ପରିବାର ନୂଆ ପରିଚୟ ପାଇଛନ୍ତି । ରାଜ୍ୟ ସରକାରଙ୍କ ଜାଗା ମିଶନ ଯୋଜନା ନାକେବଳ ଓଡିଶା ସାରା, ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି