The Topmost

“The eyes believe themselves, the ears believe other people.”

ଜାତୀୟ ସ୍କଚ ଆୱାର୍ଡ଼ ୨୦୨୩ ରେ ବି ଏସ୍ କେ ୱାଇକୁ ସ୍ଵର୍ଣ୍ଣ ପଦକ

ସାର୍ବଜନୀନ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶା ସରକାରଙ୍କ ଅନନ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜାତୀୟ ସ୍କଚ ଆୱାର୍ଡ଼ – ୨୦୨୩ ର ସ୍ଵର୍ଣ୍ଣ ପଦ ହାସଲ କରିଛି । ଏଥିପାଇଁ ସ୍କଚ ଆୱାର୍ଡ଼ କର୍ତ୍ତୁପକ୍ଷଙ୍କ ଦ୍ଵାରା ନୂଆ ଦିଲ୍ଲୀ ସ୍ଥିତ ସମ୍ଭିଧାନ କ୍ଲବ ହଲରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ସ୍ୱାସ୍ଥ୍ୟସେବା ପ୍ରତିଶ୍ରୁତି ସୋସାଇଟି (ସାସ୍)ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡାକ୍ତର ଡି. ବୃନ୍ଦା ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ଶାସନ ସଚିବ ତଥା ଯୁଗ୍ମ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭାନନ୍ଦ ମହାପାତ୍ର ଏହି ପୁରସ୍କାର ଗ୍ରହଣ କରିଥିଲେ । ସ୍କଚ ଆୱାର୍ଡ଼ର ଅଧକ୍ଷ ଶ୍ରୀ ସମୀର କାଚୁରଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି, ଜାତୀୟ ଓ ଆନ୍ତର୍ଜାତୀୟ ଅନୁଷ୍ଠାନମାନଙ୍କ ଉପସ୍ଥିତିରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା । ସାର୍ବଜନୀନ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ପାରଦର୍ଶିତା, ସଫଳତା ଓ ସ୍ବଚ୍ଛତା ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନବସୃଜନ, ସର୍ବଜନୀନତା, ଉଲ୍ଲେଖନୀୟ ସଫଳତା ଏବଂ ସ୍ଵଚ୍ଛତା ପାଇଁ (ବି ଏସ୍ କେ ୱାଇ)କୁ ଏହି ପୁରସ୍କାରପ୍ରଦାନ କରାଯାଇଛି । (ବି ଏସ୍ କେ ୱାଇ) ଓଡ଼ିଶାର ସାର୍ବଜନୀନ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦୃଶ୍ୟମାନ ରୂପାନ୍ତରଣ ଆଣିଛି । ରାଜ୍ୟର ସମସ୍ତ ୧୧୯.୮ ଲକ୍ଷ ପରିବାରର ପ୍ରାୟ ୪.୭୯ କୋଟି ଲୋକଙ୍କୁ ସରକାରୀ ଚିକିତ୍ସାଳୟମାନଙ୍କରେ ଦେୟମୁକ୍ତ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି । ରୋଗ ନିର୍ଣ୍ଣୟ ପରୀକ୍ଷା ନିରୀକ୍ଷା ଠାରୁ ଆରମ୍ଭ କରି ସ୍ପେସାଲିଟି ପରାମର୍ଶ ଏବଂ ଔଷଧ ଆଦି ସମ୍ପୂର୍ଣ୍ଣ ଦେୟମୁକ୍ତ ଭାବେ ଯୋଗାଇ ଦିଆଯାଉଛି ।