ଗୃହମନ୍ତ୍ରୀ ଅମିତ ଶାହଙ୍କ ଘୋଷଣା । ୨୦୨୪ ଜାନୁଆରୀ ୧ ତାରିଖ ସୁଦ୍ଧା ନିର୍ମାଣ ହେବ ଅଯୋଧ୍ୟା ରାମ ମନ୍ଦିର । ତ୍ରିପୁରାରେ ଏକ ନିର୍ବାଚନୀ ରାଲିରେ ଯୋଗଦେଇ ଶାହା କିଛନ୍ତି, ରାମ ମନ୍ଦିର ନିର୍ମାଣ ପାଇଁ କଂଗ୍ରେସ ବାଧା ସୃଷ୍ଟି କରୁଥିଲା । କୋର୍ଟରେ ମାମଲାକୁ କଂଗ୍ରେସ ଗଡାଇ ଚାଲିଥିଲା । କିନ୍ତୁ ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିବା କହିଛନ୍ତି ଶାହା । ୨୦୨୪ରେ ଲୋକସଭା ନିର୍ବାଚନ ହେବାର ଥିବାରୁ ଏହା ପୂର୍ବରୁ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖିଛନ୍ତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍