ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ପିଣ୍ଟୁ ନନ୍ଦ । ଆଉ ନାହାନ୍ତି ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ । ମାତ୍ର ୪୫ ବର୍ଷ ବୟସରେ ଆଖି ବୁଜିଛନ୍ତି ଜଣାଶୁଣା ଅଭିନେତା । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପିଣ୍ଟୁଙ୍କ ପରଲୋକରେ ଆଉ ଏକ ତାରକାଙ୍କୁ ହରାଇଛି ଓଡ଼ିଆ ସିନେ ଜଗତ । ପିଣ୍ଟୁ ନନ୍ଦ ଗୁରୁତର ଯକୃତ ବା ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ । ପ୍ରଥମେ ତାଙ୍କର ଚିକିତ୍ସା ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ହୋଇଥିଲା । ପରେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । ଦିଲ୍ଲୀରୁ ପୁଣି ପିଣ୍ଟୁ ନନ୍ଦଙ୍କୁ ହାଇଦ୍ରାବାଦ ନିଆଯାଇଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା