ବିରୋଧୀ ଦଳ ନେତା ଜୟନାରଣ ମିଶ୍ରଙ୍କୁ ବିଜେଡିର ଟାର୍ଗେଟ । ଜୟନାରାୟଣ ମିଶ୍ରଙ୍କ ମାନସିକ ସ୍ଥିତି ଠିକ୍ ନାହିଁ । କୋଲକାତାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ସକ୍ ଟ୍ରିଟମେଣ୍ଟକୁ ଡରି ଲୁଚିକି ପଳାଇ ଆସିଛନ୍ତି । ଚିକିତ୍ସା ସମ୍ପୂର୍ଣ୍ଣ ହୋଇନି, ତେଣୁ ପ୍ରତିଦିନ କିଛି ନା କିଛି ବାଉଳି ଚାଉଳି ହେଉଛନ୍ତି । ଏହାସହ ତାଙ୍କୁ ତୁରନ୍ତ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପରାମର୍ଶ ଦେଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସେ କହିଛନ୍ତି, ‘କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିଥିବା ବେଳେ ଜୟନାରାୟଣ ମିଶ୍ର କୋଲକାତାର ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ତେଣୁ ସେତେବେଳେ କ’ଣ ଘଟିଥିଲା ତାହା ଜାଣିବା ତାଙ୍କ ପକ୍ଷେ ସମ୍ଭବ ପର ନଥିଲା । ସେଥିପାଇଁ ଗଣମାଧ୍ୟମ ସାମ୍ନାରେ ପୁଣି ନିଜର ପାଗଳାମି ଦେଖାଇଛନ୍ତି ।’ ଏହି କ୍ରମରେ ବିଜେପି ରାଜ୍ୟ ସଭାପତିଙ୍କୁ ସମ୍ବଲପୁର ନଯିବାକୁ ଲେନିନ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି, ‘ମନମୋହନ ବାବୁଙ୍କୁ ଅନୁରୋଧ, ତୁରନ୍ତ ଜୟନାରାୟଣଙ୍କ ଚିକିତ୍ସା ବ୍ୟବସ୍ଥା କରାନ୍ତୁ । ଚିକିତ୍ସା ନସରିଲା ପର୍ଯ୍ୟନ୍ତ ଦୟାକରି ସମ୍ବଲପୁର ଯାଆନ୍ତୁନି । ଏହାସହ ଜୟନାରାୟଣଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଅଣଦେଖା ନକରିବାକୁ ସବୁ ବିଜେପି ନେତାଙ୍କୁ ପରାମର୍ଶ ଦେବା ସହ ତୁରନ୍ତ ଉତ୍ତମ ଚିକିତ୍ସା ସୁବିଧା ଉପଲବ୍ଧ କରାଇବାକୁ ପରାମର୍ଶ ଦେଇଛନ୍ତି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି