ଝାରସୁଗୁଡ଼ା ଉପନିର୍ବାଚନ ନେଇ ବିଜେଡିର ପ୍ରାର୍ଥୀ ଘୋଷଣା । ଦିବଙ୍ଗତ ବିଜେଡି ନେତା ନବକିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଦୀପାଳିଙ୍କ ନାଁରେ ମୋହର ମାରିଛନ୍ତି । ଆସନ୍ତା ମେ ୧୦ରେ ନିର୍ବାଚନ ହେବ । ଆଜି ପ୍ରଥମ ଦଳ ଭାବେ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ଅନ୍ୟପକ୍ଷରେ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଖୋଜିବାରେ ଲାଗିଛନ୍ତି । କାରଣ ଦୀପାଳି ଦାସଙ୍କୁ ଟକ୍କର ଦେଲା ଭଳି ବିରୋଧୀଙ୍କୁ ପ୍ରାର୍ଥୀ ମିଳୁନାହାନ୍ତି । ନବ ଦାସଙ୍କୁ ଗୁଳିକରି ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡ଼ିଯାଇଥିଲା । ଖାଲି ଆସନକୁ ନେଇ ନିର୍ବାଚନ ଆସନ୍ତା ୧୦ ତାରିଖରେ ହେବ । ଏବଂ ୧୩ ତାରିଖରେ ପଳାଫଳ ଘୋଷଣା ହେବ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା