ଆସନ୍ତାକାଲି ଝାରସୁଗୁଡା ଉପନିର୍ବାଚନ । ମତଦାନ ପାଇଁ ପ୍ରଶାସନିକ ପ୍ରସ୍ତୁତି ଚୂଡାନ୍ତ । ମୁକ୍ତ, ଅବାଧ ଏବଂ ନିରପେକ୍ଷ ଭୋଟିଂ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଝାରସୁଗୁଡା ଉପନିର୍ବାଚନରେ ପ୍ରଥମ କରି ସବୁ ବୁଥରେ ହେବ ଓ୍ବେବକାଷ୍ଟିଂ । ଜିଲ୍ଲାପାଳ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସିଧାସଳଖ ମତଦାନ କେନ୍ଦ୍ର ଦେଖିପାରିବେ । ମୋଟ ୨୫୩ ଟି ବୁଥରେ ମତସାବ୍ୟସ୍ତ କରିବେ ଭୋଟର । ଏଥିରୁ ୨୬ଟି ପିଙ୍କ ବୁଥ କରାଯାଇଥିବା ବେଳେ ୪୦ଟି ମଡେଲ ବୁଥ କରାଯାଇଛି । ପିଙ୍କ ବୁଥ୍ ଗୁଡିକୁ କେବଳ ମହିଳା ମାନେ ପରିଚାଳନା କରିବେ । ସେହିଭଳି ମଡେଲ ବୁଥରେ ବୟସ୍କ, ଭିନ୍ନକ୍ଷମଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପ୍ରତିକ୍ଷାଳୟ, ଥଣ୍ଡା ପାନୀୟ ବ୍ୟବସ୍ଥା, ଦହି, ଲସି ଏବଂ ଲେମ୍ବୁପାଣିର ବ୍ୟବସ୍ଥା ମଧ୍ୟ କରାଯାଇଛି । ସେପଟେ ଉପନିର୍ବାଚନ ପାଇଁ ଝାରସୁଗୁଡା ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା