The Topmost

“The eyes believe themselves, the ears believe other people.”

ଟିକାକରଣକୁ ବଢ଼ାଇବା ଦିଗରେ ସ୍ୱାସ୍ଥ୍ୟ ବିଭାଗର ଗୁରତ୍ବ

ଟିକାକରଣକୁ ବଢ଼ାଇବା ଦିଗରେ ସ୍ୱାସ୍ଥ୍ୟ ବିଭାଗର ଗୁରତ୍ବ । ଗାଁ ଗାଁ ବୁଲି ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି । ଏନେଇ ନିଜର ମତ ରଖିଛନ୍ତି ପରବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ସେ କହିଛନ୍ତି ଯେ ଟିକାକରଣକୁ ବଢ଼ାଇବା ଉପରେ ସ୍ୱାସ୍ଥ୍ୟ ବିଭାଗ ଗୁରତ୍ବ ଦେଉଛି । ଟିକାକରଣ କେନ୍ଦ୍ର ବଢାଇବା ପାଇଁ ସବୁ ଜିଲାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ପ୍ରତି ବ୍ଲକରେ ୪ଟି ମୋବାଇଲ ଭ୍ୟାନର ମଧ୍ୟ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ଆଉ ରାଜ୍ୟରେ ଟିକାର ଅଭାବ ନାହିଁ । ଏଯାଏଁ ରାଜ୍ୟରେ ୪୬ ଲକ୍ଷ ୬୬ ହଜାର ପ୍ରିକସନ ଡୋଜ ନେଇ ସାରିଛନ୍ତି । ଯାହାକି ମୋଟ ଲୋକଙ୍କର ୧୪ପ୍ରତିଶତ ଅଟେ । ବାକି ଲୋକଙ୍କଙ୍କ ଖୁବ ଶୀଘ୍ର ଟିକାକରଣ କରାଯିବ । ଏବେ ୯ ଲକ୍ଷ କୋଭିସିଲଡ଼ ଟିକା ଆସିଛି । ଏହାସହ ୧୦ ତାରିଖ ଦିନ ଆଉ ୬ ଲକ୍ଷ କୋଭିସିଲଡ଼ ଟିକା ଆସିବ । ଆମେ ସମସ୍ତଙ୍କୁ ଅନୁରୋଧ କରୁଛୁ କି ସମସ୍ତେ ପ୍ରିକସନ ଡୋଜ ନିଅନ୍ତୁ ।