ଓଡିଶାକୁ ଆସୁଛି ବଡ଼ ବର୍ଷା । ମୌସୁମୀ ନିମ୍ନ ଚାପ ରେଖାର ପୂର୍ବ ଭାଗ ତାର ସାଧାରଣ ଅବସ୍ଥାନର ଦକ୍ଷିଣରେ ରହିଛି । ଫଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ମୌସୁମୀ ସକ୍ରିୟ ହୋଇଛି । ରାଜ୍ୟର ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି । ଆଗାମୀ ୨ ଘଣ୍ଟା ଯାଏଁ ତୀବ୍ର ବୃଷ୍ଟିପାତ ନେଇ ଚେତାବନୀ ଜାରି ହୋଇଛି । ଟୁଇନ ସିଟିରେ ତୀବ୍ର ରୁ ଅତି ତୀବ୍ର ବର୍ଷା ଲାଗିରହିଛି । ଫଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିପାରେ । ତଳିଆ ଅଂଚଳରେ ପାଣି ଜମିବା ତଥା ଅଣ୍ଡରପାସ ରୋଡ଼ରେ ପାଣି ଜମିବା ସମ୍ଭାବନା ରହୁଥିବାରୁ ଆବଶ୍ୟକ ନଥିଲେ ଯାତାୟାତରୁ ନିବୃତ ରହିବାକୁ ସୂଚନା । ତେବେ ଆଜି ସକାଳ ୮.୩୦ ସୁଧା କଟକ ସହରରେ ୪୧.୮ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ୧୪.୭ ମିମି ବର୍ଷା ରେକର୍ଡ ହୋଇଛି । ପାରାଦୀପରେ ସର୍ବାଧିକ ୧୦୫ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ପୁରୀରେ ୮୬.୬ ମିମି, ଢେଙ୍କାନାଳରେ ୭୦ ମିମି ବର୍ଷା ରେକର୍ଡ ହୋଇଛି । ସେପଟେ ଆଗକୁ ରହିଛି ବ୍ୟାକ ଟୁ ବ୍ୟାକ ଲଘୁଚାପ । ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ନେଇପାରେ ଲଘୁଚାପର ରୂପ । ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂଳ ହୋଇଛି । ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାରେ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା