ଟ୍ରପଲାଇନ ପ୍ରଭାବରେ ଆଜି ଭିଜିବ ସାରା ଓଡ଼ିଶା । ବେହାଲ ହେବ ଉତ୍ତର ଏବଂ ଉପକୂଳ ଓଡ଼ିଶା । ୧୨ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସକ୍ରିୟ ହେବାକୁ ଥିବା ପଶ୍ଚିମା ଝଡ କେତେ ପ୍ରଭାବ ପକାଇବ ସେନେଇ ସ୍ପଷ୍ଟ ହୋଇନଥିବା ବେଳେ କାଳବୈଶାଖୀ ବର୍ଷା ଜାରି ରହିବ । ସେପଟେ ବଜ୍ରପାତ ମୁକାବିଲା ନେଇ ସତର୍କ ରହିବା ସହ ଲୋକଙ୍କୁ ସଚେତନ କରିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍