ବର୍ଷ ଶେଷକୁ ଅଘଟଣ । ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଡିଭାଇଡରରେ ପିଟି ହୋଇ ସମ୍ପୂର୍ଣ୍ଣ ଜଳିଗଲା ଗାଡ଼ି । ନିଜ ଘର ଉତ୍ତରାଖଣ୍ଡରୁ ଦିଲ୍ଲୀ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ନାରସନ ବର୍ଡର ନିକଟରେ ଋଷଭଙ୍କ ଗାଡ଼ି ଡିଭାଇଡରରେ ପିଟି ହୋଇଥିଲା । ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା ହୋଇଥିବା କୁହାଯାଉଥିବା ବେଳେ ଡିଭାଇଡରରେ ପିଟି ହେବା ପରେ BMW କାର୍ ସମ୍ପୂର୍ଣ୍ଣ ଜଳିଯାଇଛି । ସେପଟେ ପନ୍ତଙ୍କ ଅବସ୍ଥା ଗୁରୁତର ରହିଛି । ଦିଲ୍ଲୀର ଏକ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ବେଳେ ପନ୍ତ ନିଜେ ଗାଡ଼ି ଚଳାଉଥିଲେ । ତେବେ ପନ୍ତଙ୍କ ମୁଣ୍ଡ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି ।
“The eyes believe themselves, the ears believe other people.”
More Stories
ଇଂଲଁଣ୍ଡ-ଇଣ୍ଡିଆ ମୁହାଁମୁହିଁ
ରଣଜୀ ଟ୍ରଫି ଖେଳିବେ କୋହଲି
ଖେଳରତ୍ନର ବିଜେତା ହେଲେ ଗୁକେଶ୍, ମନୁ..