ରାଜଧାନୀରେ ଡେଙ୍ଗୁ ଆତଙ୍କ । ଭୁବନେଶ୍ବରରୁ ପୁଣି ଚିହ୍ନଟ ହେଲେ ୪୮ନୁଆ ଡେଙ୍ଗୁ ରୋଗୀ । ଗତ ୨୪ଘଣ୍ଟାରେ ୧୭୩ଜଣଙ୍କ ନମୁନା ସଂଗ୍ରହ କରି ପରୀକ୍ଷା କରାଯାଇଥିବା ବେଳେ ୪୮ଟି ପଜିଟିଭ ଓ ୧୨୫ଟି ନେଗେଟିଭ ଥିବା ଜଣାପଡିଛି । ଫଳରେ ଭୁବନେଶ୍ବରର ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୦୫୯କୁ ବୃଦ୍ଧି ପାଇଥିବା ବେଳେ ୫୮ଜଣ ଡେଙ୍ଗୁ ରୋଗୀଙ୍କ ପରିଚୟ ମିଳିନଥିବା ସରକାରୀ ରିପୋର୍ଟରୁ ଜଣାପଡିଛି । ଅଗଷ୍ଟ ମାସରେ ୭୬୩ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେପ୍ଟେମ୍ବର ମାସରେ ବର୍ତ୍ତମାନ ସୁଦ୍ଧା ୧୦୦୩ଜଣ ଚିହ୍ନଟ ହୋଇସାରିଛନ୍ତି । ନିଳାଦ୍ରୀବିହାରରୁ ସର୍ବାଧିକ ୩୦୬ଜଣ, ନୟାପଲ୍ଲୀରୁ ୨୧୬, ୟୁନିଟ-୯ରୁ ୧୪୭, ଆଇଆରସି ଭିଲେଜ ଅଞ୍ଚଳରୁ ୧୬୦ ଓ ଜୟଦେବ ବିହାରରୁ ୭୭ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିଭଳି ଭୁବନେଶ୍ବର ଉପକଣ୍ଠରୁ ମଧ୍ୟ ୫ଶହରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ବର୍ଷାଦିନ ଥିବାରୁ ମଶାଧୂଆଁ ଛାଡିବା ସମ୍ଭବପର ହେଉନଥିଲେ ହେଁ ବିଏମସି ପକ୍ଷରୁ ନିୟମିତ ବୁସକଟିଂ ଓ ସାପ୍ତାହିକ ଦୁଇ ଦିନ ଡ୍ରାଏ ଡେ ପାଳନ ସହ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଜାରି ରହିଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି