ମାନହାନି ମାମଲାରେ ରାହୁଲଙ୍କୁ ଦଣ୍ଡାଦେଶ ମାମଲା । ଏନେଇ ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ । ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ । ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି କୋର୍ଟ । ମୋଦି ସରନେମ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ