ଟ୍ରେନ୍ ଦୁର୍ଘଟଣାସ୍ଥଳରେ ଅନୁଧ୍ୟାନ କରୁଛନ୍ତି ତଦନ୍ତକାରୀ ଟିମ୍ । ବାହାନଗାରେ ସିବିଆଇ ଟିମ୍ । ସିବିଆଇର ସ୍ବତନ୍ତ୍ର ଟିମ୍ ଘଟଣାସ୍ଥଳରେ ତଦନ୍ତ କରୁଛନ୍ତି । କେମିତି ଓ କେଉଁ ପରିସ୍ଥିତିରେ ଘଟିଲା ଦୁର୍ଘଟଣା । ଦୁର୍ଘଟଣା ପଛରେ ଅପରାଧିକ ଷଡ଼ଯନ୍ତ୍ର ରହିଛି କି ? ସେସବୁର ତଦନ୍ତ କରୁଛନ୍ତି ସିବିଆଇ ଟିମ୍ । ଏହାସହ ଗୃହ ମନ୍ତ୍ରାଳୟର ଏକ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି । ଗତକାଲି ଗ୍ରାଉଣ୍ଡ ଜିରୋରେ ରେଲଓ୍ବେ ସେଫ୍ଟି କମିଶନର ପ୍ରାଥମିକ ତଦନ୍ତ କରିଥିଲେ । ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳରେ ରେଲଓ୍ବେ ସେଫ୍ଟି କମିଶନର ଶୈଳେଶ ପାଠକ ଅନୁଧ୍ୟାନ କରିଥିଲେ । ଲୋକୋ ପାଇଲଟ ଓ ଆସିଷ୍ଟାଣ୍ଟ ଲୋକୋ ପାଇଲଟଙ୍କ ବୟାନ ରେକର୍ଡ କରାଯାଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍