ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ ହୋଇଛି । ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ରେଳ ଷ୍ଟେସନରୁ ଯାତ୍ରା ଆରମ୍ଭ ହୋଇଛି । ସମ୍ବଲପୁର, ଝାରସୁଗୁଡା, ବରଗଡ, ଦେବଗଡ, ସୁନ୍ଦରଗଡ, ବଲାଙ୍ଗୀର, ସୋନପୁର ଓ ଅନୁଗୁଳ ଜିଲ୍ଲାର ୯୭୦ ଜଣ ବରିଷ୍ଠ ନାଗରିକ କୋଲକାତା ଓ ଗୌହାଟିର କାମାକ୍ଷାମନ୍ଦିର ଯାତ୍ରାରେ ବାହାରିଛନ୍ତି । ଏହି ଯାତ୍ରାର ଶୁଭରାମ୍ଭରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥିତ ରହି ତୀର୍ଥଯାତ୍ରୀ ମାନଙ୍କୁ ଏହି ଯାତ୍ରା ପାଇଁ ଶୁଭକାମନା ଜଣାଇଥିଲେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ