ରାଜ୍ୟକୁ ଘାରିଛି କରୋନା ଭୟ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୯, ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି