ଦିନକ ପରେ ରାଜ୍ୟରେ ହେବ ଶୁଖିଲା ପାଗ । ୨୮ ତାରିଖରୁ ପାଗ ପରିବର୍ତ୍ତନ ହୋଇ ବର୍ଷା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାନେଇ ସୂଚନା ରହିଛି । ଏନେଇ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଂଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନବରଙ୍ଗପୁର, କଟକ, ଢେଙ୍କାନାଳକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିଭଳି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ବରଗଡ଼ରେ ସାମାନ୍ୟ ବର୍ଷା ହୋଇପାରେ । ଏହାଛଡା ଅନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ । ଏପର୍ଯ୍ୟନ୍ତ ୫ଜିଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇ ଥିବାବେଳେ କେବଳ ସୁନ୍ଦରଗଡରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହୋଇଛି । ବାକି ସମସ୍ତ ଜିଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି ।
“The eyes believe themselves, the ears believe other people.”
More Stories
About Us
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ