ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଓଡିଶା ମୁହାଁ ବିଜେପିର କେନ୍ଦ୍ରୀୟ ନେତୃତ୍ୱ । ବିଜେପି ଫୋକସରେ ରହିଛି ଲୋକସଭା ଆସନ । ଆଜି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି । ଆଜି ମଧ୍ୟାହ୍ନ ୧୨ଟାରେ ଭୁବନଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ଜଗତସିଂହପୁର ଯିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ । ଏହାପରେ ଶ୍ରୀ ଚୌହ୍ୱାନ ସନ୍ଧ୍ୟାରେ ମା’ ସାରଳାଙ୍କ ଦର୍ଶନ କରି ଆଶୀର୍ବାଦ ନେବେ । ଏହାପରେ ସଂଧ୍ୟାରେ କଟକସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ । କଟକର ଅଧିଷ୍ଠାତ୍ରୀ ଦେବା ମା କଟକ ଚଣ୍ଡିଙ୍କ ଦର୍ଶନ କରିବା ପରେ ଶିବରାଜ ସିଂ ଚୌହ୍ୱାନ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିବେ ବୋଲି ସୂଚନା ରହିଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି