ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କୁ ଅବକାରୀ ନୀତି ମାମଲାରେ ଆଉ ଏକ ଝଟକା । ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ କୋର୍ଟ ଶୁକ୍ରବାର ତାଙ୍କୁ ଜାମିନ ଦେବାକୁ ମନା କରିଦେଇଛନ୍ତି । ରାଉଜ ଆଭେନ୍ୟୁ କୋର୍ଟର ସ୍ୱତନ୍ତ୍ର ଜଜ ଏମକେ ନାଗପାଲ ମନିଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଏବେ ନିମ୍ନ ଅଦାଲତଙ୍କ ଏହି ନିଷ୍ପତ୍ତି ବିରୋଧରେ ସିସୋଦିଆ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ । କୋର୍ଟରେ ଶୁଣାଣି ସମୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜାମିନ ଆବେଦନକୁ ବିରୋଧ କରିଥିଲେ । ସୂଚନା ଅନୁସାରେ, ଅବକାରୀ ନୀତିରେ କଥିତ ଅନିୟମିତତା ଅଭିଯୋଗରେ ସିବିଆଇ ୨୬ ଫେବ୍ରୁଆରୀରେ ସିସୋଦିଆଙ୍କୁ ଗିରଫ କରିଥିଲା । ଏବେ ସେ ତିହାର ଜେଲରେ ଅଛନ୍ତି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍