ସୋମବାର ହେଉଛି ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି । ଏହି ପବିତ୍ର ତିଥି ଠାରୁ ତିନିଦିନ ଧରି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ। ଏହାକୁ ଦେବ ଦୀପାବଳି ବୋଲି କୁହାଯାଏ । ଦେବ ଦୀପାବଳିରେ ମହାପ୍ରଭୁ ତାଙ୍କର ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ସହିତ ଦୀପ ଦାନ କରିଥାନ୍ତି । ଦ୍ୱିପହର ଧୂପ ପରେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ସନ୍ଧ୍ୟାଧୁପ ପରେ ତିନୋଟି ମହାଦ୍ଵୀପ ବଡଦେଉଳ, ଜଗମୋହନ ଓ ଭୋଗମଣ୍ଡପକୁ ଉଠିବା ସହ ରତ୍ନସିଂହାସନ ଆଗରେ ଅରୁଆ ଚାଉଳରେ ଗଛଟିଏ କରାଯିବା ସହିତ ୨୮ଟି ଦ୍ୱିପ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଲାଗିବ। ଜୟବିଜୟ ଦ୍ୱାର ନିକଟରେ ମଧ୍ଯ ଚାଉଳ ଗଛ ସହ ଦୀପ ସମର୍ପଣ କରାଯିବ । ତିନି ଦିନ ଧରି ଏହି ଶ୍ରାଦ୍ଧ ପ୍ରଦାନ ପ୍ରଦାନ କରିବେ ମହାପ୍ରଭୁ । ଆଜି ପ୍ରଥମ ଦିନରେ କଶ୍ୟପ ଏବଂ ଅଦିତିଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ କରାଯିବ । ଆସନ୍ତାକାଲି ଅମାବାସ୍ୟା ଦିନ ଦଶରଥ ଓ କୌଶଲ୍ୟା ଓ ତା ପରଦିନ ନନ୍ଦ ଓ ଯଶୋଦା, ଦେବକୀ ଓ ବସୁଦେବ, ଇନ୍ଦ୍ରଦ୍ୟୁମ୍ନ ଓ ଶ୍ରୀଗୁଣ୍ଡିଚାଙ୍କୁ ପିଣ୍ଡଦାନ କରାଯିବ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା