ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆସନ୍ତା ୩୦ ଓ ୩୧ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତେବେ ଶ୍ରୀ ପ୍ରଧାନ ଢେଙ୍କାନାଳ ଜିଲ୍ଲା ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବା ସହ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ । ଆସନ୍ତା ୩୧ ତାରିଖରେ ସେ ପ୍ରଥମେ ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବେ । ନୀଳକଣ୍ଠପୁର ଠାରେ ଦେଶର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ପରେ ଢ଼େଙ୍କାନାଳ ସହରରେ ଜନସାଧାରଣଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମକୁ ଶୁଣିବେ । ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଗଷ୍ଟ ୮ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ କାର୍ଯ୍ୟକ୍ରମ ସ୍ଥଳୀଗୁଡ଼ିକ ପରିଦର୍ଶନ କରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା