ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆଜି ଅପରାହ୍ନ ୪ ଟାରେ ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ପରେ ସେଠାରୁ ଝାରସୁଗୁଡା ବିଜେପି କାର୍ଯ୍ୟାଳୟକୁ ଗସ୍ତ କରିବେ । ବରଗଡ଼ ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ନଡ୍ଡା ଆଲୋଚନା କରିବେ । ବୁର୍ଲାସ୍ଥିତ ଏମସିଏଲ ଗେଷ୍ଟ ହାଉସରେ ରାତ୍ରିଯାପନ କରିବେ । ଆସନ୍ତାକାଲି ଭବାନୀପାଟଣାର ମାଣିକେଶ୍ୱରୀଙ୍କୁ ଦର୍ଶନ କରିବେ । ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦୀଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ମହାଜନସମ୍ପର୍କ ସମାବେଶରେ ଯୋଗଦେବେ । ଏବଂ ଆସନ୍ତାକାଲି ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା