ଆଜିଠୁ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ । ଏହି ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ମୁଖ୍ୟ ଶାସନ ସଚିବ । ପ୍ରଶାସନକୁ ଅଧିକ ଲୋକାଭିମୁଖୀ କରିବାକୁ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ଗୁରୁମନ୍ତ୍ର । ସମ୍ମିଳନୀରେ ଉପସ୍ଥିତ ରହିବେ ରାଜ୍ୟର ସମସ୍ତ ବରିଷ୍ଠ ଅଧିକାରୀ । ବିଭାଗୀୟ ସଚିବମାନେ ନିଜ ବିଭାଗର ରୋଡମ୍ୟାପ୍ ବାବଦରେ ପ୍ରେଜେଣ୍ଟେସନ ରଖିବେ । ସରକାରଙ୍କ ରୂପାନ୍ତରଣ କାର୍ଯ୍ୟକ୍ରମର ସଠିକ୍ ପରିଚାଳନା ବାବଦରେ ବୁଝାଇବେ ଫାଇଭ-ଟି ସଚିବ । ସରକାରଙ୍କ ଫ୍ଲାଗସିପ୍ କାର୍ଯ୍ୟକ୍ରମ ଲୋକଙ୍କ ପାଖରେ ସଠିକ୍ ଢଙ୍ଗରେ ପହଞ୍ଚାଇବା ପାଇଁ ମୁଖ୍ୟ ଶାସନ ସଚିବ ଆଲୋଚନା କରିବେ । ଫୋକସରେ ରହିବ ରୂପାନ୍ତରଣ କାର୍ଯ୍ୟକ୍ରମ, ଗ୍ରାମାଞ୍ଚଳ ଓ ସହରାଞ୍ଚଳ ବିକାଶ, ପାନୀୟଜଳ, ଶିକ୍ଷା, ସ୍ବାସ୍ଥ୍ୟ ଓ ଭିତ୍ତିଭୂମି ବିକାଶ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା