ବାହାନଗା ରେଳ ଲାଇନରେ ଟ୍ରାଏଲ ରନ୍ ପରେ ଏବେ ଦୁଇ ଦିନ ପାଇଁ ଟ୍ରେନ୍ ବାତିଲ ସହ ରୁଟ୍ ପରିବର୍ତ୍ତନ କରାଯାଇଛି । ଦୁର୍ଘଟଣାଗ୍ରସ୍ତ ଟ୍ରାକରେ ଆଉ କିଛି ମରାମତି କାମ ପାଇଁ ରେଳ ଚଳାଚଳ ବନ୍ଦ କରାଯାଇଛି । ମୋଟ୍ ୭୪ଟି ଟ୍ରେନ୍ ବାତିଲ ହୋଇଥିବା ବେଳେ ଗୋଟିଏ ଟ୍ରେନ୍ର ଗତିପଥ ପରିବର୍ତ୍ତନ କରାଯାଇଛି । ଗତକାଲି ମାଲବାହୀ ସମେତ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିଥିଲା । ସେପଟେ ଜାରି ରହିଛି ଦୁର୍ଘଟଣାର ତଦନ୍ତ । ଗ୍ରାଉଣ୍ଡ ଜିରୋରେ ରେଲଓ୍ବେ ସେଫ୍ଟି କମିଶନର ପ୍ରାଥମିକ ତଦନ୍ତ କରିଛନ୍ତି । ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳରେ ରେଲଓ୍ବେ ସେଫ୍ଟି କମିଶନର ଶୈଳେଶ ପାଠକ ଅନୁଧ୍ୟାନ କରିଛନ୍ତି । ଲୋକୋ ପାଇଲଟ ଓ ଆସିଷ୍ଟାଣ୍ଟ ଲୋକୋ ପାଇଲଟଙ୍କ ବୟାନ ରେକର୍ଡ କରାଯାଇଛି ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍