ଶିଳ୍ପାୟନକୁ ସରକାରଙ୍କ ଗୁରୁତ୍ବ । ଗତ ଦୁଇ ବର୍ଷରେ ୧୮୬ଟି ଶିଳ୍ପକୁ ଅନୁମୋଦନ ମିଳିଛି । ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ଜରିଆରେ ଏହି ସବୁ ଶିଳ୍ପକୁ ଅନୁମୋଦନ ଦିଆଯାଇଛି । ବିଧାନସଭାର ପ୍ରଶ୍ନ କାଳରେ ଏହି ଉତ୍ତର ରଖିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ । ଏହାଦ୍ୱାରା ରାଜ୍ୟରେ ୪ ଲକ୍ଷ ୪୪ ହଜାର ୭୩୬ .୫୫ କୋଟି ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି । ସେହିପରି ୧ ଲକ୍ଷ ୬୫ ହଜାର ୪୬୨ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ଟାର୍ଗେଟ ରଖାଯାଇଛି । ୨୦୨୦ ଜୁନଠାରୁ ବର୍ତ୍ତମାନ ସୁଦ୍ଧା ୧୧ଟି ବୃହତ ପ୍ରକଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି । ୪ ହଜାର ୬୦୬ କୋଟି ଟଙ୍କାର ପୁଞ୍ଜି ନିବେଶରେ ୬୫୫୭ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିଛି ବୋଲି ମନ୍ତ୍ରୀ ଗୃହକୁ ଜଣାଇଛନ୍ତି । ଅନ୍ୟପଟେ ସ୍ଥାନୀୟ ନିଯୁକ୍ତି କ୍ଷେତ୍ରରେ ଶିଳ୍ପାନୁଷ୍ଠାନ ଗୁଡ଼ିକର ପାତର ଅନ୍ତର ନୀତିକୁ ନେଇ ଗୃହରେ ଉଦବେଗ ପ୍ରକାଶ କରିଥିଲେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ । ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ହେବା ପରେ ସମ୍ପୃକ୍ତ ଶିଳ୍ପାନୁଷ୍ଠାନ ସହ ଏମଓୟୁ ସ୍ୱାକ୍ଷର ହୋଇଥାଏ । ଏଥିରେ ସ୍ଥାନୀୟ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇ ଆସୁଛନ୍ତି । ଯଦି କୌଣସି ସ୍ଥାନରେ ଏହାର ବ୍ୟତିକ୍ରମ ଘଟୁଛି ତେବେ ନିର୍ଦ୍ଦିଷ୍ଟ ଅଭିଯୋଗ ଆଣିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅମରଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ମନ୍ତ୍ରୀ ପ୍ରତାପ ଦେବ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା