ଜାନୁଆରୀ ୧୫ ପରେ ଦେଶରେ ଜଟିଳ ହୋଇପାରେ ସ୍ଥିତି । ବଢ଼ିପାରେ କରୋନା ସଂକ୍ରମଣ । ତେବେ ଆଗାମୀ ୪୦ ଦିନ ଗୁରୁତ୍ବପୂର୍ଣ୍ଣ ହେବ । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ୪ ଦିନ ମଧ୍ୟରେ ୪୧ ବିଦେଶ ଫେରନ୍ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଡିସେମ୍ବର ୨୪ ରୁ ୪୯୮ ଟି ଅନ୍ତର୍ଜାତୀୟ ବିମାନ ଚଳାଚଳର ଯାଞ୍ଚ୍ କରାଯାଇଛି । ଏହି ସମୟ ମଧ୍ୟରେ କରୋନା ପଜିଟିଭ ମିଳି ଥିବା ଯାତ୍ରୀଙ୍କ ସମସ୍ତ ନମୁନା ଜିନୋମ ସିକୁଏନ୍ସ ପାଇଁ ପଠାଯାଇଛି । ସେହିପରି ଚୀନ ସମେତ ଅନ୍ୟ କିଛି ଦେଶରେ କରୋନାର ମାମଲା ଲଗାତାର ବୃଦ୍ଧି ପାଉଥିବା ଦେଖାଯାଉଛି । ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଛନ୍ତି । ବିମାନବନ୍ଦରରେ ବିଦେଶ ଫେରନ୍ତା ଯାତ୍ରୀଙ୍କ ରାପିଡ ଟେଷ୍ଟିଙ୍ଗ୍ ମଧ୍ୟ ଆରମ୍ଭ କରିଛନ୍ତି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍