ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରବିବାର ସାରା ଦେଶରେ ୩୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ସୁଦ୍ଧା ମୋଟ୍ ୧ ହଜାର ୭୦୧ଟି ଆକ୍ଟିଭ କେସ ରହିଛି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏହି ରିପୋର୍ଟ ଦେଇଛି । କେରଳ ଓ ୟୁପିରେ ଅଧିକାଂଶ ଅ।।କ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । କରୋନାର ନୂଆ ଉପ ପ୍ରଜାତି ଜେ-ଏନ-ୱାନ ଯୋଗୁଁ ପୁଣିଥରେ ସଂକ୍ରମଣ ଉପରମୁହାଁ ହୋଇଥିବା କୁହାଯାଉଛି । ନିକଟରେ କେରଳରେ ୪ ଜଣ ଏବଂ ୟୁପିରେ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ବୋଲି ରିପୋର୍ଟ ରହିଛି । କେବଳ ଇଣ୍ଡିଆ ନୁହଁ ବିଦେଶରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସିଙ୍ଗାପୋରରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ