ଦେଶର ପରବର୍ତ୍ତୀ ଆଟର୍ଣ୍ଣି ଜେନେରାଲ ହେବେ ମୁକୁଲ ରୋହତଗୀ । ଏନେଇ କେନ୍ଦ୍ର ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ସେ ଅକ୍ଟୋବର ୧ରୁ ନିଜର କାର୍ଯ୍ୟକାଳ ଆରମ୍ଭ କରିବେ । ପୂର୍ବରୁ ମଧ୍ୟ ସେ ୨୦୧୪ରୁ ୨୦୧୭ ଯାଏଁ ତିନି ବର୍ଷ ଧରି ଆଟର୍ଣ୍ଣି ଜେନେରାଲ ଭାବେ ଦାୟିତ୍ବ ତୁଲାଇ ସାରିଛନ୍ତି । ୨୦୧୭ରେ ତାଙ୍କୁ ବ୍ୟକ୍ତିଗତ କାରଣରୁ ପଦରୁ ହଟାଇ ଦିଆଯାଇଥିଲା । ବେଣୁଗୋପାଳଙ୍କ କାର୍ଯ୍ୟକାଳ ସେପ୍ଟେମ୍ବର ୩୦ ରେ ଶେଷ ହେବ । ସରକାର ୯୦ ବର୍ଷୀୟ ବେଣୁଗୋପାଳଙ୍କ କାର୍ଯ୍ୟକାଳ ଆଉ ବର୍ଷେ ବଢାଇବାକୁ କହିଥିଲେ । କିନ୍ତୁ ସ୍ଵାସ୍ଥ୍ୟଗତ କାରଣରୁ ସେ ଆଉ ରାଜି ହୋଇନଥିଲେ । ସେ ୨୦୧୭ରୁ ଆଟର୍ଣ୍ଣି ଜେନେରାଲ ଭାବେ ପଦ ସମ୍ଭାଳୁଛନ୍ତି । ୨୦୧୪ରେ ମୋଦି ସରକାର ଶାସନକୁ ଆସିବା ପରେ ରୋହତଗୀ ଆଟର୍ଣ୍ଣି ଜେନେରାଲ ନିଯୁକ୍ତ ହୋଇଥିଲେ ।
“The eyes believe themselves, the ears believe other people.”
More Stories
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର