ଆଜିଠୁ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବ ବିଶ୍ବର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ । ରଙ୍ଗୀନ ଆଲୋକର ସାଜସଜ୍ଜାରେ ଝଲସୁଛି ବରଗଡ଼ ଓ ଅମ୍ବାପାଲି । ନାଟକ ପାଇଁ ସହରର ବିଭିନ୍ନ ଅଞ୍ଚଳ ପାଲଟିଯିବ ଦ୍ବାପର ଯୁଗର ଭୂଇଁ । ବରଗଡ଼ ପାଲଟିବ ମଥୁରା ନଗରୀ, ଅମ୍ବାପାଲି ହେବ ଗୋପପୁର । ବରଗଡ଼-ଅମ୍ବାପାଲି ମଧ୍ୟ ଦେଇ ପ୍ରବାହିତ ଜୀରାନଦୀ ପାଲିଟିବ ଯମୁନା ନଦୀ । ମଥୁରା ନଗରୀରେ ଚାଲିବ ମହାରାଜ କଂସଙ୍କ ରାଜୁତି । କଂସଙ୍କ ନିର୍ଦ୍ଦେଶରେ ଶାସିତ ହେବ ମଥୁରା । କୃଷ୍ଣ ବଳରାମ ଓ ଗୋପୀ ଗୋପାଳଙ୍କ ବାଲ୍ୟଲୀଳାରେ ଉତ୍ସବମୁଖର ହୋଇ ଉଠିବ ଗୋପପୁର ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍