The Topmost

“The eyes believe themselves, the ears believe other people.”

ଧାବିକା ଦୂତି ଚାନ୍ଦଙ୍କୁ ହୋଇଥିଲା କ୍ୟାନସର !

ଓଡ଼ିଆ ଧାବିକା ଦୂତି ଚାନ୍ଦଙ୍କୁ ହୋଇଥିଲା କ୍ୟାନସର । ଷ୍ଟେଜ ଓ୍ବାନ କ୍ୟାନସରରେ ପୀଡ଼ିତ ଥିଲେ ଦୂତି । ତେବେ ପ୍ରାରମ୍ଭିକ ଅବସ୍ଥାରେ ଚାଲିଥିଲା ଚିକିତ୍ସା । ଚିକିତ୍ସା ସମୟରେ ଖେଳ ଛାଡ଼ିଦେବାକୁ ପରାମର୍ଶ ଦେଇଥିଲେ ଡାକ୍ତର । ତେବେ ଔଷଧ ଖାଇବା ପରେ କମିଥିଲା ଯନ୍ତ୍ରଣା । କିନ୍ତୁ ଡୋପିଂ ଟେଷ୍ଟରେ ପଜିଟିଭ୍ ଆସିଥିଲା ରିପୋର୍ଟ । ଡୋପିଂ ଟେଷ୍ଟରେ ବିଫଳ ହେବା ନେଇ ଧାବିକା ଦୂତି ଚାନ୍ଦ ଦୁଃଖିତ । ସେ କହିଛନ୍ତି, ଏହି ଖବର ଶୁଣିବା ପରେ ଅତ୍ୟନ୍ତ ମର୍ମାହତ । ମୁଁ ଅଲିମ୍ପିକ, ଏସିଆନ ଗେମ୍ସ ଆଦି ଖେଳିଛି । ସବୁ କ୍ଷେତ୍ରରେ ମୁଁ ସଫଳ ହୋଇଛି । ତେବେ ଛୁଟିରେ ମୁଁ ଘରେ ଥିବାବେଳେ ଗତବର୍ଷ ନଭେମ୍ବରରେ ମୋର ସାମ୍ପୁଲ ନିଆଯାଇଥିଲା । ଏଥିରେ ମୋର ପଜିଟିଭ ଆସିଥିଲା । ମୁଁ ଜାଣି ପାରି ନଥିଲି ଏହାର କାରଣ । ପରେ ମୁଁ ପୁନର୍ବାର ସାମ୍ପୁଲ ନେବାକୁ କହିଥିଲି । ଗତ ମାର୍ଚ୍ଚରେ ପୁଣି ଥରେ ମୋର ସାମ୍ପୁଲ ନିଆଯାଇଥିଲା । ସେତେବେଳେ ଶରୀରରେ ଯନ୍ତ୍ରଣା ହେଉଥିବାରୁ ସେ ପେନ୍ କିଲର ଖାଉଥିଲେ । ଏଥିଲାଗି ଫିଜିଓଥେରାପିଷ୍ଟ ତାଙ୍କୁ ହ୍ବାଟସଆପରେ ମେଡିସିନ ଖାଇବାକୁ ପରାମର୍ଶ ଦେଇଥିଲେ ।