ଫେରୁଛନ୍ତି ନବୀନ । ‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାରେ ବିପୁଳ ସ୍ବାଗତ କରାଯିବ । ଏନେଇ ବିଜେଡି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି । ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ସାଂସଦ, ବିଧାୟକ ଓ ଦଳୀୟ ନେତାଙ୍କ ସହ ହଜାର ହଜାର କର୍ମୀ ପାରମ୍ପରିକ ବାଦ୍ୟ, ନୃତ୍ୟର ତାଳେତାଳେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବେ । ଏହି କାର୍ଯ୍ୟକ୍ରମରେ ୫୦ହଜାରରୁ ଊର୍ଦ୍ଧ୍ବ ଲୋକଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ଆଇନଶୃଙ୍ଖଳା ବଜାୟ ରଖିବା ପାଇଁ ବ୍ୟାପକ ଫୋର୍ସ ମୁତୟନ କରାଯିବ । ସୁରକ୍ଷା ଓ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୫୦ ଜଣ ପୁଲିସ୍ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି । ଏଥିରେ ୮ ଅତିରିକ୍ତ ଡିସିପି, ୧୬ ଏସିପି, ୨୫ ଆଇଆଇସି, ୯୦ ଏସ୍ଆଇଙ୍କ ସମେତ ୩୦ପ୍ଲାଟୁନ୍ ପୁଲିସ ଫୋର୍ସ ପୂରା ସହର ଉପରେ ନଜର ରଖିବେ ବୋଲି ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି