ଆସନ୍ତା ନଭେମ୍ବର ୨୭ରୁ ଐତିହାସିକ କଟକ ବାଲିଯାତ୍ରା ଅନୁଷ୍ଠିତ ହେବ । ବାଲିଯାତ୍ରା ନେଇ ଅନୁଷ୍ଠିତ ପ୍ରଥମ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ନଭେମ୍ବର ୨୭ ତାରିଖରୁ ଡିସେମ୍ବର ୪ ପର୍ଯ୍ୟନ୍ତ ୮ ଦିନ ଧରି ଚାଲିବ ଐତିହାସିକ ବାଲିଯାତ୍ରା । ବିଗତ ବର୍ଷ ତୁଳନାରେ ଚଳିତ ବର୍ଷର ବାଲିଯାତ୍ରାକୁ ଅଧିକ ଚିତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ଵୟ ରକ୍ଷା କରିବା ଉପରେ ପ୍ରସ୍ତୁତି ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଅଧ୍ୟକ୍ଷତା କରି ପ୍ରକାଶ କରିଛନ୍ତି । ଏହାସହ ସମ୍ପୃକ୍ତ ସମସ୍ତ କାର୍ଯ୍ୟ ସମ୍ପୃକ୍ତ ବିଭାଗ ଓ ବିଭାଗୀୟ କାର୍ୟ୍ୟାଳୟ, ରାଜ୍ୟ ସରକାରଙ୍କ ସାଧାରଣ ଆର୍ଥିକ ନିୟମାବଳୀ ଅନୁପାଳନ ପୂର୍ବକ ସମ୍ପାଦନ କରିବା ସହ ପରସ୍ପର ମଧ୍ୟରେ ସମନ୍ଵୟ ରକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି । ସେମାନଙ୍କୁ ନ୍ୟସ୍ତ କରାଯାଇଥିବା ଦାୟିତ୍ବ ସୂଚାରୁରୂପେ ପରିଚାଳନା କଲେ ତାହା ବାଲିଯାତ୍ରାକୁ ଏକ ଉତ୍କୃଷ୍ଟ ସଫଳ ଆୟୋଜନର ପରିଚୟ ଦେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା