ଆସନ୍ତା ନଭେମ୍ବର ୮ତାରିଖରୁ ୧୬ତାରିଖ ପର୍ଯ୍ୟନ୍ତ ପ୍ରସିଦ୍ଧ କଟକ ବାଲିଯାତ୍ରା । ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବଭାବେ ପାଳନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ ଜାତୀୟ ଗ୍ରିନ୍ ଟ୍ରିବ୍ୟୁନାଲ ବା ଏନ୍ଜିଟିର ନିର୍ଦ୍ଦେଶାବଳୀ ଅନୁଯାୟୀ ଯାତ୍ରା ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗୁରୁତ୍ବାରୋପ କରାଯାଇଛି । ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ବାଲିଯାତ୍ରାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଅଧିକ ସଂଖ୍ୟକ କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରିବା, ଯାତ୍ରା ପଡ଼ିଆକୁ ରାସ୍ତା ସଂଯୋଗ, ଟ୍ରାଫିକ ନିୟନ୍ତ୍ରଣ, ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ, ଷ୍ଟଲ ପାଇଁ ସ୍ଥାନ ନିର୍ଧାରଣ, ବିଦ୍ୟୁତ ସଂଯୋଗ, ପରିମଳ, ସ୍ବାସ୍ଥ୍ୟସେବା ଓ ଆଇନ ଶୃଙ୍ଖଳା ଆଦି ଉପରେ ଗୁରୁତ୍ବାରୋପ କରାଯାଇଥିଲା । ଯାତ୍ରା ପଡ଼ିଆରେ ଅଧିକ ସଂଖ୍ୟାରେ ପାନୀୟ ଜଳ ଟ୍ୟାଙ୍କ, ଅସ୍ଥାୟୀ ବାୟୋ ଟଏଲେଟ୍ ଆଦି ଲଗାଇବାକୁ କଟକ ପୌର ପରିଷଦ ଓ ଗୃହ ଓ ନଗର ଉନ୍ନୟନ ବିଭାଗକୁ କୁହାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା