ନାଇଜେରିଆ ଭୟଙ୍କର ବିସ୍ଫାରଣ । ବୋମା ମାଡ଼ରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ହୋଇଥିବା ସୂଚନା । ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନାଇଜେରିଆର ଉତ୍ତର-ମଧ୍ୟ ରାଜ୍ୟ ନସାରାଓ୍ବା ବେନ୍ୟୁ ଅଞ୍ଚଳରେ ବୋମା ବିସ୍ଫୋରଣ ଘଟିଛି । କିଛି ଗୋ-ପାଳକ ଗୋରୁ ନେଇ ଯାଉଥିବା ସମୟରେ ସେମାନଙ୍କୁ ସ୍ଥାନୀୟ ପ୍ରଶାସନ ଅଟକାଇ ପଚରାଉଚରା କରିଥିଲେ । ସେହି ସମୟରେ ହଠାତ୍ ଘଟିଥିଲା ଭୟଙ୍କର ବିସ୍ଫୋରଣ । ଆଉ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇଯାଇଥିଲା । ବିସ୍ଫାରଣ ପରେ ୫୦ରୁ ଅଧିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତରଙ୍କ ପତା ମିଳିନାହିଁ । ଏପରି ଭୟଙ୍କର ବିସ୍ଫୋରଣ ପଛରେ କାହାର ହାତ ଅଛି ତାହାର ସୂଚନା ମିଳିନାହିଁ । ସ୍ଥାନୀୟ ଅଞ୍ଚଳରୁ ଘେରାବନ୍ଦୀ କରି ଛାନବିନ୍ କରୁଛି ସୁରକ୍ଷା ଏଜେନ୍ସି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ