ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ଦ୍ରୌପଦୀ ମୁର୍ମୁ ନାମାଙ୍କନ ଭରିବେ । ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଫୋନ୍ ଯୋଗେ କଥା ହୋଇଛନ୍ତି । ନାମାଙ୍କନ ଉତ୍ସବରେ ଉପସ୍ଥିତ ରହିବା ପାଇଁ ନବୀନ ନିଜ କ୍ୟାବିନେଟର ଦୁଇ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଏବେ କ୍ୟାବିନେଟର ଦୁଇ ମନ୍ତ୍ରୀ ଜଗନ୍ନାଥ ସରକା ଏବଂ ଟୁକୁନି ସାହୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରସ୍ତାବକ ଭାବେ ସ୍ବାକ୍ଷର କରିଛନ୍ତି । ଏହି ଅବସରରେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ । ତେବେ ଦୁଇ ମନ୍ତ୍ରୀ ଆସନ୍ତାକାଲି ନାମାଙ୍କନ ଦାଖଲ ସମୟରେ ମଧ୍ୟ ଉପସ୍ଥିତ ରହିବେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ