ଆସନ୍ତାକାଲି ପ୍ରଥମାଷ୍ଟମୀ । ସେଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ । ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର । ନିଆଳିରୁ ପ୍ରଭୁ ମାଧବାନନ୍ଦ ଜୀଉଙ୍କ ଛତିଶା ନିଯୋଗ ସେବାୟତ ଓ ସ୍ଥାନୀୟ ଲୋକମାନେ ଶ୍ରୀଗୁଣ୍ତିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ଆସିଥିଲେ । ସେବକ ଓ ଭକ୍ତମାନଙ୍କ ପତାକା ଓ ପାରମ୍ପରିକ ବାଦ୍ୟ, ନୃତ୍ୟ ସହ ପାଇକ ଆଖଡ଼ା, ରାମତାଳି, ଲଉଡ଼ି, ସଂକୀର୍ତ୍ତନ ମଣ୍ଡଳୀଙ୍କ ସଂକୀର୍ତ୍ତନରେ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ତେବେ ଏହି ପୋଢୁଆଁ ଭାର ଗୁଡିକୁ ଶ୍ରୀମନ୍ଦିର ଗାରଦ କାର୍ଯ୍ୟାଳୟରେ ଜିମା ଦିଆଯାଇଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା