ଓଡ଼ିଶା ହେବ ଶିଳ୍ପ ସମୃଦ୍ଧ । ରାଜ୍ୟକୁ ପୁଞ୍ଜିପତିଙ୍କୁ ନିମନ୍ତ୍ରଣ କରିବାକୁ ଆଜିଠୁ ଜାପାନ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ । ନବୀନଙ୍କ ସହିତ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଜାପାନ ଗସ୍ତ କରୁଛନ୍ତି । ରୋମ, ଦୁବାଇ ପରେ ଜାପାନରେ ନିବେଶକଙ୍କୁ ନିମନ୍ତ୍ରଣ କରିବେ ନବୀନ । ଟୋକିଓରେ ଆୟୋଜିତ ପୁଞ୍ଜି ନିବେଶକ ସମ୍ମେଳନରେ ଯୋଗଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ନବୀନ ଆଲୋଚନା କରିବେ । ଦୁବାଇରୁ ୨୧ହଜାର କୋଟି ଟଙ୍କାର ପୁଞ୍ଜି ଆସିବା ପରେ ଜାପାନରୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ଲାନ୍ ରହିଛି। ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଆଇଟି ସେକ୍ଟର ପରିଦର୍ଶନ କରିବେ ଶିଳ୍ପ ବିଭାଗର ଟିମ୍ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା