ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ । ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଓସେପା ୱେବସାଇଟ୍ ଡବ୍ଲୁଡବ୍ଲୁଡବ୍ଲୁ ଓସେପା ଡଟ୍ ଓଡ଼ିଶା ଡଟ୍ ଗଭ୍ ଡଟ୍ ଇନ୍ ରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ । ଏହି ପ୍ରକ୍ରିୟା ସଂପୂର୍ଣ୍ଣ ଭାବେ ଅନ୍ଲାଇନରେ ହେବ । କମ୍ପ୍ୟୁଟର ବେସ୍ଡ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ପ୍ରାର୍ଥୀ ଚୟନ କରାଯିବ । ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଓସେପା ୱେବସାଇଟରେ ନିଯୁକ୍ତି ସମ୍ବନ୍ଧୀୟ ସମସ୍ତ ତଥ୍ୟ ପ୍ରଦାନ କରାଯିବ । ଅନଲାଇନରେ ଆବେଦନ ପ୍ରକ୍ରିୟାରେ ସମସ୍ୟା ହେଲେ ଏକ ଯୋଗାଯୋଗ ନମ୍ବର ମଧ୍ୟ ଦିଆଯାଇଛି । ହେଲ୍ପ ଡେସ୍କ ନମ୍ବର ୭୩୫୩୯୨୭୭୭୯ ନମ୍ବରରେ ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ଦିନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଯୋଗାଯୋଗ କରିହେବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ