ନୀତି ଆୟୋଗ ବୈଠକରେ ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି । ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି । ବୈଠକରେ ନବୀନ ଓଡ଼ିଶାକୁ ଫୋକସ ଷ୍ଟେଟର ମାନ୍ୟତା, କୃଷି, ସ୍ୱାସ୍ଥ୍ୟ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇଛନ୍ତି । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି । ୨ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ଏହି ଦାବି କରି ଆସୁଛି । ହେଲେ କେନ୍ଦ୍ର ପ୍ରତିଶ୍ରୁତି ଦେଇ ଅଣଦେଖା କରୁଛି । ପ୍ରତିବର୍ଷ ବନ୍ୟା ଓ ବାତ୍ୟାର ସମ୍ମୁଖୀନ ହେଉଥିବାରୁ ଓଡ଼ିଶାର ଆର୍ଥିକ ସ୍ଥିତି ଦୋହଲି ଯାଉଛି । ତେଣୁ ଓଡ଼ିଶାକୁ ଫୋକସ୍ ଷ୍ଟେଟ୍ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍